ହାଇକୋର୍ଟର ଗୁରୁତ୍ୱପୂର୍ଣ୍ଣ ରାୟ,PUCC ପୂର୍ବରୁ ବକେୟା ଚାଲାଣ ଦେବାକୁ ବାଧ୍ୟ

Spread the love

କଟକ,୧୦/୦୨:PUCC ପୂର୍ବରୁ ବକେୟା ଚାଲାଣ ଦେବାକୁ ବାଧ୍ୟ।ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ୱାର୍ଥ ମାମଲା ଖାରଜ ।ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC।ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିଲେ ଆଡଭୋକେଟ୍ ଜେନେରାଲ।ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ।AGଙ୍କ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ।PUCC କରିବାକୁ ହେଲେ ଚାଲାଣ ପୈଠ କରିବାକୁ ପଡ଼ିବ।ମୋଟରଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ ରାୟ।ଏହା ସହ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ ।

ଗତ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ, ଗାଡି ମାଲିକଙ୍କ PUCC ନଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମନା । ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଦାୟର ହୋଇଥିଲା ଜନସ୍ୱାର୍ଥ ମାମଲା । ମୋଟର ଯାନ ଆଇନ ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ ୧୯୮୯ ଉଲଂଘନ କରି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ୱାର୍ଥ ମମାଲାରେ ଉଲ୍ଲେଖ କରାଯାଇଥିଲା । ଗାଡିର PUCC ପ୍ରମାଣପତ୍ର ନଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନକରିବା ଗାଡି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟକୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ । ଏଥିସହିତ ଗାଡିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଥିଲା ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ ।


Spread the love

Leave A Reply

Your email address will not be published.