କଟକ,୧୩/୦୨:କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର । ତାଙ୍କୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି । ଗତକାଲି ସନ୍ଧ୍ୟାରେ ଅତିଥି ଭାବେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସେଠାରେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷାରୁ ମସ୍ତିସ୍କାଘାତ ହୋଇଥିବା ଜଣାପଡ଼ିଲା । ଏବେ କଟକର ଏକ ଘରୋଇ ହସ୍ପିଟାଲ ଚିକିତ୍ସିତ ହେଉଛନ୍ତି ।