ଆହୁରି ୨୪ ଘଣ୍ଟା ବର୍ଷିବ ,ବିଜୁଳି ଓ ଘଡ଼ଘଡ଼ି ପାଇଁ ସତର୍କତା

Spread the love

ଭୁବନେଶ୍ଵର,୦୯/୦୩:ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଚାନ୍ଦବାଲି ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ବର୍ଷା ହୋଇଛି। ପାଣିପ‌ାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।

Also Read : ଓଡିଶାରେ ପାଗର ପରିବର୍ତ୍ତନ: କମିବ ତାପମାତ୍ରା, ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ଯାଏ ବର୍ଷା ସମ୍ଭାବନା


Spread the love

Leave A Reply

Your email address will not be published.