ଭୁବନେଶ୍ଵର,୧୧/୦୩:ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ଝାରସୁଗୁଡା ରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ ।ସେପଟେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆସନ୍ତା ୧୬ ତାରିଖ ସକାଳ ୮.୩୦ ଯାଏ ରାଜ୍ୟର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା ।ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ।