ଭୁବନେଶ୍ୱର,୧୯/୦୩:ଆଜିଠୁ ମାଟ୍ରିକ୍ ଖାତାଦେଖା। ସବଜେକ୍ଟିଭ୍ ପେପର୍ ଦେଖିବେ ନୀରିକ୍ଷକ। ରାଜ୍ୟରେ ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି,ସେଥିପାଇଁ ୧୫ ହଜାର ନୀରିକ୍ଷକଙ୍କୁ ନିୟୋଜିତ କରାଯାଇଛି। ତେବେ ପୂର୍ବରୁ ଓଏମଆର ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିବାବେଳେ ଆଜିଠାରୁ ସବଜେକ୍ଟିଭ୍ ଖାତା ଦେଖାଯିବ।
ଚଳିତ ବର୍ଷ ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହୋଇଥିଲା ମାଟ୍ରିକ ପରୀକ୍ଷା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ରାଜ୍ୟର ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ମେ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ କରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ । ଖାତା ଦେଖା ପାଇଁ ଯେଉଁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର କିଛି ଜରୁରୀ ସ୍ୱାସ୍ଥ୍ୟଗତ ସମସ୍ୟା ରହିଛି ସେମାନେ ମେଡ଼ିକାଲ ସାର୍ଟିଫିକେଟ ସହିତ ବୋର୍ଡକୁ ଆବେଦନ କଲେ ଖାତା ଦେଖାରୁ ବିରତ ରହି ପାରିବେ ବୋଲି ବୋର୍ଡ ସୂଚନା ଦେଇଛି।