ଭୁବନେଶ୍ଵର,୨୨/୦୨:ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ମନ୍ତ୍ରୀ, ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, ଉପ ମୁଖ୍ୟମନ୍ତ୍ରୀ, ପୂର୍ବତନ ରାଜ୍ୟ ସଭାପତି ଏବଂ କୋର୍ କମିଟି ସଦସ୍ୟ ମାନେ ବୈଠକରେ ଯୋଗ ଦେଇଛନ୍ତି । ରାଜ୍ୟସଭା ନିର୍ବାଚନ ସହ ସଙ୍ଗଠନ ଓ ବିଭିନ୍ନ ପ୍ରସଙ୍ଗରେ ହୋଇପାରେ ଆଲୋଚନା ।
ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ, ପୁରୀ ସାଂସଦ ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ରାଜ୍ୟ ସଭାପତି ବସନ୍ତ ପଣ୍ଡା,ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡୀ ଉପସ୍ଥିତ ଅଛନ୍ତି ।
Prev Post
Next Post