ପୁରୀ,୪/୦୩:ଗତ ୨୮ ଫେବୃଆରୀ ତାରିଖରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ କୈଫିୟତ୍ ତଲବ କରିଛନ୍ତି।ଶ୍ରୀ ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ ଖଟଣିଆ ଭାବେ ପାଳି ଖଟିଥିବା ସତ୍ତ୍ୱେ, ନିର୍ଦ୍ଦିଷ୍ଟ ନୀତି ସମ୍ପାଦନରେ ଅହେତୁକ ବିଳମ୍ବ କରିବା ସହ କର୍ତ୍ତବ୍ୟରତ କର୍ମଚାରୀ ଓ ଅଧିକାରୀଙ୍କ ସହ ଅଶୋଭନୀୟ ବ୍ୟବହାର କରିଥିବା ଅଭିଯୋଗ ରହିଛି। ସେହିପରି ଶ୍ରୀ ମାଧବ ଖୁଣ୍ଟିଆ (ହାତୀ) ଓ ଶ୍ରୀ ମଧୁସୂଦନ ଖୁଣ୍ଟିଆ (ଷଣ୍ଢି) ମଧ୍ୟ ସେବା ସମ୍ପାଦନରେ ବାଧା ସୃଷ୍ଟି କରି ବିଶୃଂଖଳା ପ୍ରଦର୍ଶନ କରିଥିବା ଅଭିଯୋଗ ଆସିଛି।