ଭୁବନେଶ୍ଵର,୧୭/୦୨:କମୁଛି ସୁନା ରୂପା ଦାମ୍ ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୨,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୪,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୨,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୫,୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୨,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୨୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୩,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୪,୯୧୦ ଓ ୧,୪୨,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୬୦,୦୦୦ ଟଙ୍କା ହୋଇଛି।