ତେଲୁଗୁ ୟୋଦ୍ଧାସ ପରେ ସେମି ଫାଇନାଲରେ ପହଞ୍ଚିଲା ଗୁଜରାଟ ଜିଆଂଟ୍ସ

Spread the love

କଟକ,୫ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଖେଳାଯାଇଥିବା ୨ୟ ମ୍ୟାଚରେ ଗୁଜରାଟ ଜିଆଂଟ୍ସ, ରାଜସ୍ଥାନ ୱାରିୟର୍ସକୁ ପରାଜିତ କରି ୨ୟ ଦଳ ଭାବେ ସେମି ଫାଇନାଲରେ ପ୍ରବେଶ କରିଛି । ଗୁଜରାଟ ଜିଆଂଟ୍ସ ୪୬-୨୨ର ବୃହତ ଅନ୍ତରରେ ରାଜସ୍ଥାନକୁ ପରାଜିତ କରିଛି । ଏହି ୨୪ ପଏଂଟର ଅନ୍ତର ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ସବୁଠାରୁ ବଡ ମାର୍ଜିନର ବିଜୟ ଥିଲା । ଏହାପୂର୍ବରୁ ଆଜି ୧ମ ମ୍ୟାଚରେ ଚେନ୍ନାଇ କ୍ୱିକ ଗନ୍ସକୁ ୩୮-୩୦ ପଏଂଟରେ ପରାଜିତ କରି ପ୍ରଥମ ଦଳ ଭାବେ ତେଲୁଗୁ ୟୋଦ୍ଧାସ ସେମି ଫାଇନାଲରେ ପ୍ରବେଶ କରିଥିଲା । ଆସନ୍ତାକାଲି (ଶନିବାର) ଗୁଜରାଟ ଜିଆଂଟ୍ସ, ଓଡିଶା ଜଗରନଟ୍ସ ସହିତ ଏବଂ ଚେନ୍ନାଇ କ୍ୱିକ ଗନ୍ସ, ମୁମ୍ବାଇ ଖିଲାଡିସ ସହ ପ୍ରତିଦ୍ୱନ୍ଦିତା କରିବ ।
ଖୋ ଖୋ ଫେଡେରେଶନ ଅଫ୍ ଇଣ୍ଡିଆ ସହ ସହଭାଗିତାରେ ଅମିତ ବର୍ମନ୍ଙ୍କ ଦ୍ୱାରା ପରିକଳ୍ପିତ ଅଲ୍ଟିମେଟ୍ ଖୋ ଖୋ ପ୍ରଥମ ସଂସ୍କରଣରେ ଏକ ବଡ ସଫଳତାରେ ପରିଣତ ହୋଇଥିଲା, ଯାହାକି ଟେଲିଭିଜନ ଭ୍ୟୁୟର୍ସିପ୍ ଦୃଷ୍ଟିରୁ ଭାରତର ୩ୟ ସର୍ବବ୍ୟହତ୍ ଅଣ-କ୍ରିକେଟ୍ ଲିଗ୍ ଭାବେ ଉଭା ହୋଇଛି । ଏହା ୟୁକେ ସ୍ଥିତ ବିଏନ୍ପି ଗ୍ରୁପ୍ ସୌଜନ୍ୟରେ ଏହା ସିରିଜ୍ ଏ ଫଣ୍ଡିଙ୍ଗ୍ ପ୍ରାପ୍ତ କରିଥିବା ପ୍ରଥମ ଇଣ୍ଡିଆନ୍ ସ୍ପୋର୍ଟସ୍ ଲିଗ୍ ହେବାର ସ୍ୱତନ୍ତ୍ରତା ହାସଲ କରିଥିଲା । ଏହାର ୨ୟ ସଂସ୍କରଣରେ ପଏଂଟ ବ୍ୟବସ୍ଥାରେ ଏକସମାନତା ପ୍ରଚଳନ କରାଯାଇଛି ଯେଉଁଥିରେ ଦଳଗୁଡ଼ିକୁ ସମସ୍ତ ଆକ୍ରମଣାତ୍ମକ ପଦକ୍ଷେପ ପାଇଁ ଦୁଇ ପଏଂଟ ଦାୟୀ କରାଯିବ । ସେହିପରି ପ୍ରତିଦିନ ସନ୍ଧ୍ୟା ୭ଟା ୩୦ ମିନିଟ୍ରୁ ଆରମ୍ଭ ହେଉଥିବା ଦୁଇଟି ମ୍ୟାଚ୍ର ଲାଇଭ୍ କଭରେଜ ସହିତ ସିଜନ୍ ୨ର ଉତ୍ସାହଜନକ ଆକ୍ସନ ସୋନି ସ୍ପୋର୍ଟସ୍ ନେଟ୍ୱର୍କର ଚ୍ୟାନେଲ ଓ ସୋନି ଲିଭ୍ରେ ଟେଲିକାଷ୍ଟ ବା ପ୍ରସାରିତ ହେବ ।

ଆଜିର ୨ୟ ମ୍ୟାଚରେ ବିଜୟୀ ଦଳ ଗୁଜୁରାଟ ଜିଆଂଟ୍ସରେ ଅଭିନନ୍ଦନ ପାଟିଲ, ଅକ୍ଷୟ ଭଙ୍ଗରେ, ସୁୟଶ ଗାର୍ଗାଟେ, ନିଲେଶ ଯାଦବ, ପି ନରସାୟା, ଫୈଜାନଖା ପଠାନ, ରାଜବର୍ଦ୍ଧନ ପାଟିଲ, ଭି ସୁବ୍ରମଣି, ଦୀପକ ମାଧବ, ଶୁଭମ ଥୋରାଟ, ଗଭରା ଭେଙ୍କଟେଶ, ସଂକେତ କଦମ, କୋନ୍ଧଲକର ରୂପେଶ, ଭରତ କୁମାର, ପବନି ଶବର, ବିନାୟକ ପୋକର୍ଡେ, ରାମ ମୋହନ, ଭି କାବିଲାନ, ଅର୍ଣ୍ଣବ ପାଟନକର, ଅଲଫାଜ ଏଚ ନାଦାଫ, ବାସଭେ ରବି, ଅଭିଜିତ ପାଟିଲ, ସଲିମ ଖାନ, ବିଜେଶ କୁମାର ଏବଂ ହରିଶ ମହମ୍ମଦ ଆଦି ସାମିଲ ଥିଲେ । ସେହିପରି ରାଜସ୍ଥାନ ୱାରିୟର୍ସରେ ଅକ୍ଷୟ ଗନପୁଲେ, ଦିଲରାଜସିଂ ସେଙ୍ଗର, ମଜହର ଜମାଦାର, ବିଜୟ ହାଜର, ଜଗନାଥ ଦାସ, ଋଷଭ ବାଘ, ନିଲେଶ ପାଟିଲ, ପ୍ରଜ୍ୱାଲ କେଏଚ୍, ବ୍ରାହ୍ମଣେ ବିବେକ, ରଞ୍ଜନ ସେଠୀ, ରେଜେଟି ସୁରାଇନାଇଡୁ, ସୌରଭ ଗଡ଼ଗେ, ନନ୍ଦନ ଡି, ଗଣେଶ ବୋରକର, ବିକା ଚେତନ, ବୁଚନନଗରୀ ରାଜୁ, ଧନରାଜ ପି, ଜଗନ୍ନାଥ ମୁର୍ମୁ, ଆଦିତ୍ୟ ଶେଲକେ, ମୁକେଶ ପ୍ରଜାପତ, ବୈଭବ ମୋରେ ଓ ଆଦିତ୍ୟ କେ.ଏନ ସାମିଲ ଥିଲେ ।


Spread the love

Leave A Reply

Your email address will not be published.