ଉକୁଣୀ ନେଲା ୧୨ ବର୍ଷିୟା ନାବାଳିକାର ଜୀବନ

Spread the love

ଗୋପ,୦୯/୦୨: ଉକୁଣୀ ନେଲା ନାବାଳିକାର ଜୀବନ । ପୁରୀ ଜିଲ୍ଲା ବଳଙ୍ଗା ଥାନା ଚମ୍ପାଗଡ଼ ସାହି ୧୨ ବର୍ଷିୟା ନାବାଳିକା ମୃତ । ମୃତକ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । କିଛି ମାସ ତଳେ ଲକ୍ଷ୍ମୀପ୍ରିୟାଙ୍କ ମୁଣ୍ଡରେ ଉକୁଣୀ ହୋଇଥିଲା । ଅନେକ ପ୍ରତିକାର କରିବା ସତ୍ତ୍ୱେ ଭଲ ହୋଇନଥିଲା । ମା’ ଲଣ୍ଡା ହେବାକୁ କହିଥିଲେ ମଧ୍ୟ ଲକ୍ଷ୍ମୀପ୍ରିୟା ରାଜି ହୋଇନଥିଲେ ।

ଏହାରି ଭିତରେ ଉକୁଣୀଗୁଡ଼ିକ ଖପୁରୀକୁ ଆକ୍ରାନ୍ତ କରିଥିଲେ । ମୁଣ୍ଡ ଗନ୍ଧ ହେବାରୁ ଲକ୍ଷ୍ମୀପ୍ରିୟା ବାହାରକୁ ବାହାରିବା ବନ୍ଦ କରି ଦେଇଥିଲେ । ମୁଣ୍ଡରେ ଚୁଟି ରହୁଥିବାରୁ ପରିବାର ଲୋକେ କିଛି ଜାଣି ପାରିନଥିଲେ । ୩ ଦିନ ତଳେ ହଠାତ୍ ତାଙ୍କର ରକ୍ତବାନ୍ତି ହୋଇଥିଲା । ପରିବାର ଲୋକେ ଲକ୍ଷ୍ମୀପ୍ରିୟାକୁ ପୁରୀ ମେଡିକାଲକୁ ନେଇଥିଲେ ।  ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁ ହୋଇଥିଲା ।


Spread the love

Leave A Reply

Your email address will not be published.