ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

Spread the love

ଭୁବନେଶ୍ୱର, ୧୩ ।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି । ଏଥିରେ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ସ୍କୁଲ୍‍ର ୪୫ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଦଶମରେ ୨୫ ପ୍ରତିଶତ ଛାତ୍ରଛାତ୍ରୀ ୯୫%ରୁ ଅଧିକ ନମ୍ବର ରଖିଛନ୍ତି ।
ଦଶମରେ ଆଦ୍ୟାଶା ଦାସ ସର୍ବାଧିକ ୯୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଛନ୍ତି । ସେହିପରି ଦ୍ୱାଦଶ ବିଜ୍ଞାନରେ ସ୍କୁଲ୍‍ର ଛାତ୍ରୀ ସ୍ନେହା କୁମାରୀ ସର୍ବାଧିକ ୯୭ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଥିବା ବେଳେ ବାଣିଜ୍ୟରେ ପ୍ରିୟଙ୍କା ଦାସ ଓ ପଲକ ସାମନ୍ତରାୟ ସର୍ବାଧିକ ୯୭.୪ ନମ୍ବର ଓ ହ୍ୟୁମାନିଟିଜରେ ବସୁନ୍ଧରା ରାୟ ସର୍ବାଧିକ ୯୭.୪ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପପର ହୋଇଛନ୍ତି । ଚଳିତବର୍ଷ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।
ସେନ୍‍ ଗ୍ଲୋବ୍‍ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ:
କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ରେ ସ୍ପେଶିଆଲ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସେନ୍‍ ଗ୍ଲୋବ୍‍ରେ ୧୧ ଜଣ ଛାତ୍ରଛାତ୍ରୀ ଚଳିତବର୍ଷ ପରୀକ୍ଷା ଦେଇଥିଲେ । ସେମାନେ ସମସ୍ତେ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବ୍ୟକ୍ତିଗତ ଭାବେ ସର୍ବାଧିକ ନମ୍ବର ୮୭% ରହିଛି । ସ୍କୁଲ୍‍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୬ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି । ଏଥିପାଇଁ ସେ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଶେଷ କରି ସେନ୍‍ ଗ୍ଲୋବର ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ଯତ୍ନ ନିଆଯାଇପାରୁଥିବାରୁ ସେମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ କରୁଛନ୍ତି । ମାନସିକସ୍ତରରେ ସେମାନେ ଦୁର୍ବଳ ଥିଲେ ମଧ୍ୟ ବହୁ କଷ୍ଟକରି ସେମାନେ ସଫଳତା ପାଇବା ସ୍କୁଲ୍‍ ପାଇଁ ଗର୍ବର ବିଷୟ ବୋଲି ଶ୍ରୀ ସାମନ୍ତ କହିଛନ୍ତି ।


Spread the love

Leave A Reply

Your email address will not be published.