ଭୁବନେଶ୍ଵର,୨୦/୦୨:ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଯାହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବିଜୁଳି ଘଡଘଡି ସହ ହାଲୁକା ମଧ୍ୟମ ବର୍ଷା ସମ୍ଭାବନା।୧୫ ଜିଲ୍ଲାକୁ ହଳଦିଆ ଚେତାବନୀ।ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି,କୋରାପୁଟ,ନବରଙ୍ଗପୁର,କଳାହାଣ୍ଡି,ନୂଆପଡ଼ା,ପୁରୀ,କଟକ,ଖୋର୍ଦ୍ଧା, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ,ମୟୂରଭଞ୍ଜ,କେଉଁଝର ।ସେହିପରି ୨୪ ତାରିଖ ପାଇଁ ଖୋର୍ଦ୍ଧା,କଟକ,ମୟୂରଭଞ୍ଜ ରେ ବିଜୁଳି ଘଡଘଡି ସହ ବର୍ଷା ।
ଏପଟେ ବର୍ତମାନ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଶୁଖୁଲା ପାଗ ରହିଥିବା ବେଳେ ରାତ୍ରି ତାପମାତ୍ରା ପ୍ରାୟ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ଏବଂ ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକରେ କୌଣସି ବଡ଼ ପରିବର୍ତ୍ତନ ହୋଇ ନାହିଁ ବୋଲି ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି।