ଭୁବନେଶ୍ୱର,୧୯/୦୩: କାଳବୈଶାଖୀ ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ପାଇଁ ଦକ୍ଷିଣ ଓଡ଼ିଶାର ୨ ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ। ଏସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ସେହିପରି ୨୦ ତାରିଖରେ ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାରେ ପ୍ରଭାବ ଦେଖାଇବ ଝଡ଼ବର୍ଷା। ଉତ୍ତରରୁ ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୧ ତାରିଖ ଯାଏଁ କାଳବୈଶାଖୀ ନେଇ ପୂର୍ବାନୁମାନ ହୋଇଛି।। ୨ ଦିନ ମଧ୍ୟରେ ଦିନ ତାପମାତ୍ରା ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ୨ରୁ ୩ ଡିଗ୍ରି ସେଲସିୟସ ହ୍ରାସ ପାଇପାରେ ।
ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଦେଖିବାକୁ ମିଳିଛି ।