ଭୁବନେଶ୍ଵର,୨୪/୦୨:ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବର୍ଷା ସମ୍ଭାବନା।ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି।ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି ଘଡଘଡି ସହ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସମ୍ଭାବନା।ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ,ବାଲେଶ୍ଵର,ଭଦ୍ରକ ,କେନ୍ଦ୍ରାପଡ଼ା, ଜଗତସିଂହପୁର ରେ ବିଜୁଳି ଘଡଘଡି ବର୍ଷା ସହ ପବନ ୩୦ ରୁ ୪୦ କିମି ବେଗରେ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ହଳଦିଆ ଚେତାବନୀ।ବର୍ତ୍ତମାନ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ଆଗାମୀ ୩ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ କମିବ ଦିନ ତାପମାତ୍ରା।
ଏପଟେ ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା ୩୬.୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୩୫.୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।ଏଥିସହ ୮ ଟି ସ୍ଥାନରେ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ଉପରେ ରହିଥିଲା।
Prev Post