ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବଢ଼ାଇବାକୁ କେନ୍ଦ୍ର ସରକାରଙ୍କୁ ରାଜ୍ୟସରକାର ଙ୍କ ଚିଠି

Spread the love

ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟରେ ରାଜ୍ୟ ସରକାର ଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବଢ଼ାଇବାକୁ କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାର ପକ୍ଷରୁ ଚିଠି। ଏହି ସୂଚନା ରାଜ୍ୟ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି।

ରାଜସ୍ୱ ମନ୍ତ୍ରୀ କହିଛନ୍ତି ଯେ, ମହାନଦୀ ବିବାଦର ସ୍ଥାୟୀ ସମାଧାନ ଅତ୍ୟନ୍ତ ଆବଶ୍ୟକ। ଗଣତନ୍ତ୍ର ବ୍ୟବସ୍ଥାରେ ଆଲୋଚନା ମାଧ୍ୟମରେ ସମସ୍ତ ସମସ୍ୟାର ସମାଧାନ ସମ୍ଭବ। ଏନେଇ ଆନ୍ତଃମନ୍ତ୍ରୀ ସ୍ତରୀୟ କମିଟିର ଅଧ୍ୟକ୍ଷ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।
ସେ ଆହୁରି କହିଛନ୍ତି ଯେ, ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ସମାଧାନ ଏକ ସମୟ ସାପେକ୍ଷ ପ୍ରକ୍ରିୟା। କଥାବାର୍ତ୍ତା ଓ ଆଲୋଚନା ମାଧ୍ୟମରେ ଏହାର ସମାଧାନ କରାଯିବ। ବିଧାନସଭାରେ ପୂର୍ବତନ ଜଳ ସମ୍ପଦ ମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା କିଛି ଭୁଲ ତଥ୍ୟକୁ ଛତିଶଗଡ଼ ସରକାର ଅସ୍ତ୍ର ଭାବରେ ବ୍ୟବହାର କରୁଛି ବୋଲି ସେ ଅଭିଯୋଗ କରିଛନ୍ତି।
ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ବୃଦ୍ଧି ପରେ ଜଳ ବିବାଦ ସମ୍ପର୍କିତ ସମସ୍ତ ଅସୁବିଧା ଓ ସମସ୍ୟାର ସମାଧାନ ହେବ ବୋଲି ରାଜ୍ୟ ସରକାର ଆଶା ପ୍ରକାଶ କରିଛନ୍ତି।


Spread the love

Leave A Reply

Your email address will not be published.