Rajya Sabha Election: ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି

Spread the love

ଭୁବନେଶ୍ଵର,୨୬/୦୨:ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ(Rajya Sabha Election) ପାଇଁ ବିଧିବଦ୍ଧ ବିଜ୍ଞପ୍ତି। ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।  ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।ସେହିପରି  ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍‌ ଗ୍ରହଣ,  ଅପରାହ୍ଣରେ ହେବ ଭୋଟ୍‌ ଗଣତି।

Also Read : ରାଜ୍ୟରେ ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ଜାରି,୯୦ ପ୍ରତିଶତରୁ ଅଧିକ ଧାନ ସଂଗ୍ରହ

ରାଜ୍ୟସଭା ରେସ୍‌ରେ ଥିବା ଚେହେରାଙ୍କୁ ନେଇ ଏପଟେ ଚର୍ଚ୍ଚା ଜୋର୍, ସେପଟେ ୩ ପ୍ରମୁଖ ଦଳକୁ ଘାରିଛି ବିଭାଜନ ଭୟ । ଅନ୍ତର୍କନ୍ଦଳରେ ଘାରି ହେଉଥିବା ବିଜେଡି ଓ କଂଗ୍ରେସ ହୁଅନ୍ତୁ ଅବା ତୃଣମୂଳରେ ସଂଗଠନ ସଜାଡ଼ି ପାରୁନଥିବା ବିଜେପି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ୩ଟି ଯାକ ଦଳ ନିଜର ପ୍ରାର୍ଥୀ ନିଷ୍ପତ୍ତିକୁ ନେଇ ହାତେ ମାପି ଚାଖଣ୍ଡେ ଚାଲୁଛନ୍ତି ।

Also Read : ୨୪ ପର୍ଯ୍ୟନ୍ତ ଆଉ ସରକାର କୁ ଫେରିବନି ବିଜେଡି : ମୁଖ୍ୟମନ୍ତ୍ରୀ


Spread the love

Leave A Reply

Your email address will not be published.